୬୮ତମ ରାଜ୍ୟ ଗୋଷ୍ଠୀ ସଂସଦୀୟ ସଂଘ ଓ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେଲେ ବାଚସ୍ପତି

ଭୁବନେଶ୍ୱର : ବାଚସ୍ପତି ସୁରମା ପାଢ଼ୀ ୬ତମ ରାଜ୍ୟଗୋଷ୍ଠୀ ସଂସଦୀୟ ସଂଘ ସମ୍ମିଳନୀ ଓ ନବମ ରାଜ୍ୟଗୋଷ୍ଠୀ ମହିଳା ସମ୍ମିଳନୀରେ ଯୋଗଦେବା ପାଇଁ ବାର୍ବାଡୋସ୍‌ ଗସ୍ତରେ ଯାଇଥିବାବେଳେ ବି୍ରଜଟାଉନଠାରେ ‘ରାଜ୍ୟଗୋଷ୍ଠୀ ମଧ୍ୟରେ ଲିଙ୍ଗଗତ ସମ୍ବେଦନଶୀଳତା ଓ ସଂସଦଗୁଡ଼ିକୁ ସାକାର କରିବା ପାଇଁ ଭଲ ଅଭ୍ୟାସ ଓ ରଣନୀତି’ ଶୀର୍ଷକ ଆଲୋଚନାରେ ନିଜ ବକ୍ତବ୍ୟରେ କହିଲେ ଯେ ବିଶ୍ୱରେ ଭାରତ ଏକ ବୃହତ ଗଣତନ୍ତ୍ର ହୋଇ ମଧ୍ୟ ୧୯୯୫ରେ ପାର୍ଲାମେଣ୍ଟରେ ୧୫ ପ୍ରତିଶତ ମହିଳା ପ୍ରତିନିଧିତ୍ୱ କରୁଥିବାବେଳେ ଆଜି…

ସନ୍ତୁଳିତ ଆଞ୍ଚଳିକ ବିକାଶକୁ ପ୍ରୋତ୍ସାହିତ କରୁଛି “ଏକ ଜିଲ୍ଲା ଏକ ଉତ୍ପାଦ”

ଭୁବନେଶ୍ଵର: “ଏକ ଜିଲ୍ଲା ଏକ ଉତ୍ପାଦ” (ଓଡିଓପି) ପଦକ୍ଷେପ ଉତ୍ପାଦକଙ୍କ ଜୀବନ-ଜୀବିକାକୁ ସମୃଦ୍ଧ କରୁଛି। ସନ୍ତୁଳିତ ଆଞ୍ଚଳିକ ବିକାଶ ସହ ସମସ୍ତ ଜିଲ୍ଲାର ସାମାଜିକ-ଅର୍ଥନୈତିକ ବିକାଶ ପାଇଁ ଏହା ଲକ୍ଷ୍ୟ ରଖିଛି ବୋଲି “ଏକ ଜିଲ୍ଲା ଏକ ଉତ୍ପାଦ”କ୍ଷମତା ବିକାଶ କର୍ମଶାଳାରେ ଆଜି ଏହି ମତ ପ୍ରକାଶ ପାଇଛି। ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଅଧୀନ ରପ୍ତାନି ପ୍ରୋତ୍ସାହନ ଏବଂ ବିପଣନ ନିର୍ଦ୍ଦେଶାଳୟ ଦ୍ୱାରା ସ୍ଥାନୀୟ ଲୋକସେବା ଭବନ କନଭେନସନ୍ ସେଣ୍ଟର୍ ଠାରେ ଆୟୋଜିତ ଏହି…

ଛାତ୍ରଛାତ୍ରୀମାନେ ନବସୃଜନର ନେତୃତ୍ୱ ନେବାକୁ ରାଜ୍ୟପାଳଙ୍କ ଆହ୍ୱାନ

ଭୁବନେଶ୍ୱର: ଛାତ୍ରଛାତ୍ରୀମାନେ ଶିକ୍ଷାର ଉପଯୋଗ କରି ଭାରତର ଆତ୍ମନିର୍ଭରଶୀଳତାକୁ ସୁଦୃଢ଼ କରିବା ପାଇଁ ଅର୍ଥପୂର୍ଣ୍ଣ ନବସୃଜନ ଏବଂ ସ୍ଥାୟୀ ସମାଧାନ ସୃଷ୍ଟି କରିବାକୁ ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତିI ଓଡ଼ିଶା ପ୍ରଯୁକ୍ତିବିଦ୍ୟା ଏବଂ ଗବେଷଣା ବିଶ୍ୱବିଦ୍ୟାଳୟ (ଓୟୁଟିଆର)ର ଚତୁର୍ଥ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହ ଉଦବୋଧନ ଦେଇ ରାଜ୍ୟପାଳ କହିଛନ୍ତି ଯେ ଭାରତ କେବଳ “ମେକ୍ ଇନ୍ ଇଣ୍ଡିଆ” ନୁହେଁ ବରଂ “ଡିଜାଇନ୍ ଇନ୍ ଇଣ୍ଡିଆ” ଏବଂ…

ପୋଶ ଆଇନ ସମ୍ପର୍କରେ ଲୋକସେବା ଭବନ ବିଭାଗୀୟ ଅଧିକାରୀବୃନ୍ଦଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ ଆନୁକୂଲ୍ୟରେ ଲୋକସେବା ଭବନ  ସମ୍ମେଳନ କକ୍ଷ ଠାରେ କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ଉତ୍ପୀଡନ(ସୁରକ୍ଷା, ନିଷେଧ ଓ ନିରା଼କାରଣ) ଆଇନ (ପୋଶ୍)୨୦୧୩ ସମ୍ବନ୍ଧରେ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କର୍ମକ୍ଷେତ୍ରରେ ପୋଶ୍ ଆଇନର ଗୁରୁତ୍ୱ ବିଷୟରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ…

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ଵର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସମ୍ମିଳନୀ କକ୍ଷରେ ବିଭାଗୀୟ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅନେକ ଗୁଡ଼ିଏ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ୧) ପୁରୀସ୍ଥିତ ଗୁରୁ ରବୀନ୍ଦ୍ରନାଥ ଟାଗୋରଙ୍କ ବାସଗୃହ “ପାଥେର ପୁରୀ”ର ପୁନରୁଦ୍ଧାର କରାଯାଇ ଏହାକୁ ଗୁରୁଦେବଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ସଂଗ୍ରହାଳୟରେ ପରିଣତ କରାଯିବ। ୨) ନଭେମ୍ବର ୫ ତାରିଖରୁ ଆରମ୍ଭ ହେଉଥିବା କଟକ ବାଲିଯାତ୍ରାରେ ଓଡ଼ିଆ…

ଚାମ୍ପିଅନ ଓଡ଼ିଶା ହ୍ଵିଲ ଚେୟାର ରଗବୀ ଦଳକୁ ସମ୍ବର୍ଦ୍ଧିତ କଲା ବାଣିଜ୍ୟ ଓ ପରିବହନ ବିଭାଗ

ଭୁବନେଶ୍ୱର: ଓଡ଼ିଶା ହ୍ୱିଲଚେୟାର ରଗବି ଦଳ ୭ମ ଜାତୀୟ ହ୍ୱିଲଚେୟାର ରଗବି ଚାମ୍ପିଅନସିପ୍ ୨୦୨୫ରେ ବିଜୟୀ ହୋଇ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଅତୁଳନୀୟ ଉତ୍ସାହ, ଶୃଙ୍ଖଳା ଏବଂ ଦଳଗତ କାର୍ଯ୍ୟ ପାଇଁ ସେମାନେ ଜାତୀୟ ସ୍ତରରେ ସୁନାମ ଅର୍ଜନ କରିପାରିଛନ୍ତି। ଏହି ଟିମରେ ଏମିତି ତିନି ଜଣ ସଦସ୍ୟ ରହିଥିଲେ, ଯେଉଁମାନେ ଦିନେ ସଡ଼କ ଦୁର୍ଘଟଣା ଯୋଗୁଁ ଦିବ୍ୟାଙ୍ଗ ପାଲଟିଯାଇଛନ୍ତି। କିନ୍ତୁ, ହାର୍ ନ ମାନି ଜୀବନରେ ଜୟଯାତ୍ରା ସହ ଆଗକୁ ବଢ଼ୁଛନ୍ତି। ଏହି ଉଲ୍ଲେଖନୀୟ…

ପ୍ଲାଣ୍ଟ ଶ୍ରମିକମାନଙ୍କ ସୁରକ୍ଷା ଏବଂ ବୃତ୍ତିଗତ ସ୍ୱାସ୍ଥ୍ୟ ସୁନିଶ୍ଚିତକରଣ ପାଇଁ ରାଜ୍ୟସ୍ତରୀୟ ତାଲିମ କର୍ମଶାଳା

ଭୁବନେଶ୍ୱର: କାରଖାନା ଏବଂ ବାଷ୍ପୀତ୍ର ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରଥମ ଥର ପାଇଁ କାଜୁ କାରଖାନାମାନଙ୍କରେ ଶ୍ରମିକମାନଙ୍କ ସୁରକ୍ଷା ଏବଂ ବୃତ୍ତିଗତ ସ୍ୱାସ୍ଥ୍ୟ ବିଷୟରେ ଏକ ଦିନିକିଆ ରାଜ୍ୟସ୍ତରୀୟ ତାଲିମ କର୍ମଶାଳା ଆୟୋଜିତ ହୋଇଥିଲା। ଏହି କର୍ମଶାଳାଟି ଭୁବନେଶ୍ୱର ସ୍ଥିତ ରାଜ୍ୟ ଶ୍ରମ ସଂସ୍ଥାନର ସମ୍ମିଳନୀ କକ୍ଷରେ ଆଜି ଅନୁଷ୍ଠିତ ହୋଇଥିଲା।ପୂର୍ବାହ୍ନ ସଭାରେ ମୁଖ୍ୟ ଅତିଥି ଇନ୍ଦ୍ରମଣି ତ୍ରିପାଠୀ, ରାଜ୍ୟ ଶ୍ରମ କମିଶନର, କାରଖାନା ଏବଂ ବାଷ୍ପୀତ୍ର ନିର୍ଦ୍ଦେଶକ ଏବଂ ରାଜ୍ୟ ଶ୍ରମ ସଂସ୍ଥାନ ନିର୍ଦ୍ଦେଶକ, ଉପସ୍ଥିତ ହୋଇ…

କଳିଙ୍ଗ ଷ୍ଟାଡ଼ିୟମରେ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍

ଭୁବନେଶ୍ୱର: ଭାରତୀୟ ଆଥଲେଟିକ୍ସ ମହାସଂଘ, ଓଡ଼ିଶା ଆଥଲେଟିକ୍ସ ସଂଘ ଏବଂ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ ଠାରେ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍‌ର ଆୟୋଜନ କରାଯାଇଛି। ଅକ୍ଟୋବର ୧୦ ତାରିଖ ଠାରୁ ଅକ୍ଟୋବର ୧୪ ତାରିଖ ପର୍ଯ୍ୟନ୍ତ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ। ପ୍ରତିଯୋଗିତାରେ ବିଭିନ୍ନ ରାଜ୍ୟରୁ ପ୍ରାୟ ୨୦୦୦ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିବେ। ଓଡ଼ିଶାରୁ ୩୮ଜଣ ପୁରୁଷ ଏବଂ ୩୭ଜଣ ମହିଳା ସର୍ବମୋଟ ୭୫ଜଣ…

‘ସମାଜର ବିକାଶ ନିମନ୍ତେ ଯୁବପିଢ଼ି ଭାଗବତ ତତ୍ତ୍ୱକୁ ଗ୍ରହଣ କରିବା ଉଚିତ’

ଭୁବନେଶ୍ୱର: ଧର୍ମ ଜାଗରଣ ସମିତି, ଓଡ଼ିଶା ପକ୍ଷରୁ ଭୁବନେଶ୍ବରର କଟକ ରୋଡସ୍ଥିତ ତେରାପନ୍ଥ ଭବନ ଠାରେ ଆୟୋଜିତ ଶ୍ରୀମଦ୍ ଭାଗବତ ମହୋତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ପ୍ରତ୍ୟେକ ଓଡ଼ିଆ ଘରେ ଭାଗବତ ଏବଂ ପ୍ରତ୍ୟେକ ଗାଁର ଭାଗବତ ଟୁଙ୍ଗି ମାନଙ୍କର ପୁନରୁଦ୍ଧାର ଓ ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଥିଲେ। ମୁଖ୍ୟମନ୍ତ୍ରୀ ଏହା ମଧ୍ୟ କହିଥିଲେ ଯେ ଯୁବବର୍ଗ ଆଜିର ସମାଜର ସମସ୍ତ ବିକାଶରେ ମୁଖ୍ୟ ଭୂମିକା ନିଭାଇଥାନ୍ତି…

ଶହୀଦ ବାଜି ରାଉତଙ୍କ ଜୟନ୍ତୀ: ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ ଓ ବାଚସ୍ପତି

ଭୁବନେଶ୍ୱର: ଇଂରେଜ ସରକାରଙ୍କ ରାଜତ୍ୱ କାଳରେ ଭାରତବର୍ଷର ଅନ୍ୟାନ୍ୟ ରାଜ୍ୟ ଭଳି ଓଡ଼ିଶାରେ ସାଧାରଣ ପ୍ରଜାମାନେ ବିଭିନ୍ନ ଭାବରେ ଶୋଷଣ ଓ ଅତ୍ୟାଚାରରେ ଜର୍ଜରିତ ହେଉଥିଲେ। ସେତେବେଳେ ଇଂରେଜ ସରକାର ତାଙ୍କର ଶାସନ ପ୍ରଣାଳୀକୁ ସରଳ କରିବା ଉଦ୍ଦେଶ୍ୟରେ ସମଗ୍ର ଓଡ଼ିଶାକୁ ଦୁଇ ଭାଗରେ ବିଭକ୍ତ କରି ମୋଗଲବନ୍ଦୀ ଏବଂ ଗଡ଼ଜାତ ଅଞ୍ଚଳ ଭାବେ ନାମିତ କରିଥିଲେ। ମୋଗଲବନ୍ଦୀ ଅଞ୍ଚଳଗୁଡ଼ିକରେ ଜମିଦାରମାନେ ଏବଂ ଗଡ଼ଜାତ ଅଞ୍ଚଳମାନଙ୍କରେ ରାଜାମାନେ ଶାସନ ନାମରେ ପ୍ରଜାମାନଙ୍କ ଉପରେ ଅକଥନୀୟ ଅତ୍ୟାଚାର କରୁଥିଲେ।…