ଆମ ଭାଷା ହେଉଛି ଆମ ପରିଚୟ : ସଂସ୍କୃତି ମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ହେଉଥିବା “ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ବ୍ୟବହାର ପ୍ରଶିକ୍ଷଣ କାର୍ଯ୍ୟକ୍ରମ’ର ଉଦ୍ଯାପନୀ ସମାରୋହ ଆଜି ଭୁବନେଶ୍ୱର ସ୍ଥିତ ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। “ଆମ ଭାଷା ହେଉଛି ଆମ ପରିଚୟ। ଆମ ଓଡ଼ିଆ ଭାଷା ପାଇଁ ଆମେ ଏକ ସ୍ୱତନ୍ତ୍ର ପ୍ରଦେଶର ମାନ୍ୟତା ପାଇପାରିଛେ।…


