ପିଏମଜିଏସ୍ୱାଇ ରାସ୍ତା ନିର୍ମାଣ କ୍ଷେତ୍ରରେ ଓଡିଶା ଦେଶରେ ଚତୁର୍ଥ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଭିନ୍ନ ସଡକ ଓ ସେତୁ ନିର୍ମାଣ ଜରିଆରେ ରାଜ୍ୟର ସମସ୍ତ ଗ୍ରାମାଞ୍ଚଳକୁ ସବୁଦିନିଆ ରାସ୍ତା ସଂଯୋଗୀ କରଣର ଗୁରୁଦାୟିତ୍ୱ ଏହି ବିଭାଗ ଉପରେ ନ୍ୟସ୍ତ ରହିଛି। ୫ ବର୍ଷ ଭିତରେ ୩୦ ହଜାର କିଲୋମିଟର ରାସ୍ତା ଓ ୫୦୦ ସେତୁ ନିର୍ମାଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ରହିଛି। ବିଭିନ୍ନ ସ୍କିମ୍…


