ରାଷ୍ଟ୍ରପତି ଭବନରେ ରାକ୍ଷୀ ପୂର୍ଣ୍ଣିମା ପାଳିଲେ ଏକଲବ୍ୟ ଆବାସିକ ବିଦ୍ୟାଳୟର ବିଦ୍ୟାର୍ଥୀ
ଭୁବନେଶ୍ବର: ରାଷ୍ଟ୍ରପତି ଭବନରେ ମାନ୍ୟବର ରାଷ୍ଟ୍ରପତିଙ୍କ ସହ ରାକ୍ଷୀ ପୂର୍ଣ୍ଣିମା ପାଳିଛନ୍ତି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର 20 ଜଣ ବିଦ୍ୟାର୍ଥୀ। ସୁନ୍ଦରଗଡ଼ ଓ କନ୍ଧମାଳ ଜିଲ୍ଲାର ଲାଇଂ, ଭବାନୀପୁର, ମହାସିଙ୍ଗ ଓ ଫିରିଙ୍ଗିଆ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ବିଦ୍ୟାର୍ଥୀ ଓ 4 ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ରାଷ୍ଟ୍ରପତି ଭବନରୁ ନିମନ୍ତ୍ରଣ ପାଇବା ପରେ ରାକ୍ଷୀ ପୂର୍ଣ୍ଣିମା ପାଳିବା ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ଏହି ବିଶେଷ ଅବସରରେ, ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଲାଇଂର ପାଞ୍ଚଜଣ ଛାତ୍ରୀ…


