ରାଜସ୍ୱ ବିଭାଗରେ ସମସ୍ତ ଅଧିକାରୀ ଓ କର୍ମଚାରୀ ପରିଧାନ କଲେ ପାରମ୍ପରିକ ହସ୍ତତନ୍ତ ପୋଷାକ
ଭୁବନେଶ୍ୱର: ରାଜସ୍ୱ ବିଭାଗ ପକ୍ଷରୁ ଶୁକ୍ରବାର ଦିନ ହସ୍ତତନ୍ତ ବସ୍ତ୍ର ପରିଧାନ ଉଦ୍ୟମକୁ ଉତ୍ସାହର ସହିତ ପାଳନ କରାଯାଇଛି। ଏହି ଅବସରରେ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀ ଓଡ଼ିଶାର ସମୃଦ୍ଧ ଓ ପାରମ୍ପରିକ ହସ୍ତତନ୍ତ ପୋଷାକ ପରିଧାନ କରି କାର୍ଯ୍ୟାଳୟକୁ ଆସିଥିଲେ। ଏହା ମାଧ୍ୟମରେ ରାଜ୍ୟର ପାରମ୍ପରିକ ବୟନ ଓ ହସ୍ତତନ୍ତ ଶିଳ୍ପ ପ୍ରତି ସମ୍ମାନ ଓ ସମର୍ଥନ ପ୍ରକାଶ ପାଇଛି। ଏହି ଅବସରକୁ ସ୍ମରଣୀୟ କରିବା ପାଇଁ ଲୋକସେବା ଭବନ ସମ୍ମୁଖରେ ସମସ୍ତଙ୍କର ଏକ…


