ମାତୃଭୂମିର ସୁରକ୍ଷା ଓ ସମ୍ମାନ ପାଇଁ କର୍ମକ୍ଷେତ୍ରରେ ଶହୀଦ ହୋଇଥିବା ବୀରମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ

କଟକ: ରାଜ୍ୟ ପୋଲିସ ମୁଖ୍ୟାଳୟ ପରିସରରେ ୬୭ତମ ପୋଲିସ ଶହୀଦ ସ୍ମୃତି ଦିବସ ପାଳିତ ହୋଇଯାଇଛି l ଏହି ଉପଲକ୍ଷେ ଆୟୋଜିତ ଏକ  ସ୍ଵତନ୍ତ୍ର ଉତ୍ସବରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦେଶ ତଥା ମାତୃଭୂମିର ସୁରକ୍ଷା ଓ ସମ୍ମାନ ପାଇଁ କର୍ମକ୍ଷେତ୍ରରେ ଶହୀଦ ହୋଇଥିବା ବୀର ମାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ l ଏହାସହ ବୀର ଶହୀଦଙ୍କ ପରିବାରବର୍ଗ ପ୍ରତି ମଧ୍ୟ ସମବେଦନା ଜ୍ଞାପନ କରିଛନ୍ତି…

ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ରାଜ୍ୟପାଳ ଶିଶୁମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରିବା ସହ ପବିତ୍ର ବିଜୟା ଦଶମୀର ଶୁଭେଚ୍ଛା ଜଣାଇଲେ

ଭୁବନେଶ୍ୱର: ଓଡ଼ିଶାର ରାଜ୍ୟପାଳ ବ୍ରଜମୋହନ ରାମ ବିଜୟା ଦଶମୀ ଅବସରରେ ରାଜ୍ୟର ପ୍ରଥମ ମହିଳା ଲୀଳା ଦେବୀଙ୍କ ସହ ଭୁବନେଶ୍ୱରସ୍ଥିତ ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ ପରିଦର୍ଶନ କରିବା ସହ ଅନ୍ତେବାସୀଙ୍କ ସହ ଭାବ ବିନିମୟ କରିଛନ୍ତି। ଏହି ଅବସରରେ ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ର କର୍ତ୍ତୃପକ୍ଷ ରାଜ୍ୟପାଳ ଓ ପ୍ରଥମ ମହିଳାଙ୍କୁ ସ୍ୱାଗତ କରିଥିଲେ। ରାଜ୍ୟପାଳ ଶିଶୁମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରିବା ସହ ପବିତ୍ର ବିଜୟା ଦଶମୀର ଶୁଭେଚ୍ଛା ଜଣାଇଥିଲେ। ପିଲାମାନଙ୍କୁ ଉଦବୋଧନ ଦେଇ ରାଜ୍ୟପାଳ କହିଥିଲେ ଯେ,…

‘ବାଗ୍ମୀ ବିଶ୍ୱନାଥ କର ଓଡ଼ିଆ ଜାତିର ସ୍ୱାଭିମାନର ପ୍ରତୀକ’

ଭୁବନେଶ୍ୱର : ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାଗ୍ମୀ ବିଶ୍ୱନାଥ କରଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ଓଡ଼ିଶା ବିଧାନସଭା ପାର୍ଶ୍ୱରେ ଥିବା ବାଗ୍ମୀ ବିଶ୍ୱନାଥ କରଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଶ୍ରଦ୍ଧା ସୁମନ ଅର୍ପଣ କରିବା ସହ ବାଗ୍ମୀ ବିଶ୍ୱନାଥ କରଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବାଗ୍ମୀ ବିଶ୍ୱନାଥ କର ହେଉଛନ୍ତି ଓଡ଼ିଆ ଜାତିର ସ୍ୱାଭିମାନର ପ୍ରତୀକ।…

ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ବ୍ରଜମୋହନ ରାମ

ଭୁବନେଶ୍ୱର: ରବିବାର ଦିନ ଭୁବନେଶ୍ୱରସ୍ଥିତ ଲୋକ ଭବନ ଠାରେ ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି। ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟର ମନ୍ତ୍ରୀଗଣ, ସାଂସଦ, ବିଧାୟକ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ପୂର୍ବତନ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କ ପରେ ଶ୍ରୀ ରାମ ଏହି ଦାୟିତ୍ୱ…

ଖୋର୍ଦ୍ଧା ନିକଟସ୍ଥ ଆର୍ବିଆଇର ଗ୍ରୀନ୍ ଫିଲ୍ଡ ଡାଟା ସେଣ୍ଟର ଓ ପ୍ରଶିକ୍ଷଣ ସଂସ୍ଥା ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଭାରତର ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଅକ୍ଟୋବର ୨୮ ଓ ୨୯ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୁରଭଞ୍ଜ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୨୫ ତାରିଖରେ ଖୋର୍ଦ୍ଧା ନିକଟସ୍ଥ ଭାରତୀୟ ରିଜର୍ଭ ବ୍ୟାଙ୍କର ଡାଟା ସେଣ୍ଟର ଓ ପ୍ରଶିକ୍ଷଣ ସଂସ୍ଥା ଉଦ୍ଘାଟନ  କରି ପ୍ରତ୍ୟାବର୍ତ୍ତନ କରିବେ। ଏହି ପରିପ୍ରେକ୍ଷୀରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା…

ପୁରୁଷ ଓ ମହିଳା ହକି ଟିମ୍‌କୁ ଓଡ଼ିଶା ସରକାରଙ୍କ ପୁରସ୍କାର ପ୍ରଦାନ

ଭୁବନେଶ୍ୱର: ଜାପାନରେ ଅନୁଷ୍ଠିତ ଏସୀଆନ୍ ଗେମ୍‌ସ ୨୦୨୬ରେ ଐତିହାସିକ ସ୍ୱର୍ଣ୍ଣ ପଦକ ହାସଲ କରି ଆଗାମୀ ୨୦୨୮ ଲସ୍ ଏଞ୍ଜେଲ୍‌ସ ଅଲମ୍ପିକ୍‌ସ ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ପୁରୁଷ ଓ ମହିଳା ହକି ଦଳକୁ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିଅମରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ସ୍ୱର୍ଣ୍ଣ ପଦକ ବିଜେତା ପୁରୁଷ ଓ ମହିଳା ଖେଳାଳୀମାନଙ୍କୁ ଆମ ଯୁବବର୍ଗର ପ୍ରକୃତ ଆଇକନ୍ (ICON) ଭାବେ ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଛନ୍ତି। ଏହି ସମ୍ବର୍ଦ୍ଧନା ଉତ୍ସବ ଅବସରରେ ମୁଖ୍ୟମନ୍ତ୍ରୀ…

ସଫେଇ କର୍ମଚାରୀଙ୍କ ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗ ଉପରେ ଆଲୋଚନା

ଭୁବନେଶ୍ୱର: କର୍ମଚାରୀଙ୍କ ଜାତୀୟ କମିଶନ ଉପାଧ୍ୟକ୍ଷ କୈଶବ ବିହାରୀ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରି ଜିଲ୍ଲାରେ ସଫେଇ କର୍ମଚାରୀ ମାନଙ୍କ ବିଭିନ୍ନ ସମସ୍ୟା ଓ ଦାବି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଭୁବନେଶ୍ୱରସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଉପାଧ୍ୟକ୍ଷ ଶ୍ରୀ ବିହାରୀ ସଫେଇ କର୍ମଚାରୀ ମାନଙ୍କ ବିଭିନ୍ନ ସମସ୍ୟା, କାର୍ଯ୍ୟସ୍ଥଳରେ ସେମାନଙ୍କ ସୁରକ୍ଷା, ବିନା ସୁରକ୍ଷାରେ ସ୍ବେରେଜ ତଥା ମେହେନ୍ତର କାର୍ଯ୍ୟରୁ (Manual Scavenging)…

ମନ୍ତ୍ରୀ ଶ୍ରୀ ହରିଚନ୍ଦନ ‘୨୦କ ପଣିକିଆରେ ବୃଦ୍ଧାଶ୍ରମ’ ଭିଡ଼ିଓ ଉନ୍ମୋଚନ କଲେ

ଭୁବନେଶ୍ୱର: ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ‘୨୦କ ପଣିକିଆରେ ବୃଦ୍ଧାଶ୍ରମ’ ଶୀର୍ଷକ ଏକ ସଚେତନତାଧର୍ମୀ ଭିଡ଼ିଓ ଉନ୍ମୋଚନ କରିଛନ୍ତିI  ପଣିକିଆ ମାଧ୍ୟମରେ ସମାଜକୁ ବରିଷ୍ଠ ନାଗରିକମାନଙ୍କ ପ୍ରତି ସମ୍ମାନ, ସ୍ନେହ ଓ ଯତ୍ନ ସହିତ ପିଲାମାନଙ୍କ କର୍ତ୍ତବ୍ୟବୋଧର ବାର୍ତ୍ତା ଦେବାର ପ୍ରୟାସ ପ୍ରଶଂସନୀୟI ପିଏମ୍‌ଶ୍ରୀ ରାଧାମୋହନ ଜିଉ ନୋଡାଲ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରୀ ଶୃତି ସୁଲଗ୍ନା ଓ ଷଷ୍ଠ ଶ୍ରେଣୀର ଛାତ୍ରୀ ପ୍ରୀତିସୁଲଗ୍ନାଙ୍କ ଏହି ଭିଡ଼ିଓ ବୟୋଜ୍ୟେଷ୍ଠମାନଙ୍କ ପ୍ରତି ଆମ ଦାୟିତ୍ୱବୋଧରର…

ଲିଙ୍ଗରାଜ ମନ୍ଦିରରେ ଶୃଙ୍ଖଳିତ ନୀତିକାନ୍ତି  ନେଇ ପ୍ରସ୍ତାବ

ଭୁବନେଶ୍ୱର: ମହାପ୍ରଭୁ ଲିଙ୍ଗରାଜଙ୍କ ସତ୍ତ୍ୱଲିପି କମିଟି ପକ୍ଷରୁ ତୃତୀୟ ଅନ୍ତରୀଣ ରିପୋର୍ଟ ଆଇନ୍‌, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ପ୍ରଦାନ କରାଯାଇଛି। ଜଷ୍ଟିସ୍‌ ଡ. ଦୁର୍ଗା ପ୍ରସନ୍ନ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ପ୍ରଫେସର ପ୍ରଫୁଲ୍ଲ କୁମାର ମିଶ୍ର ସଦସ୍ୟ ଥାଇ ଗଠିତ ଦୁଇଜଣିଆ କମିଟି ମନ୍ଦିରର ସେବା ପୂଜା, ଶୃଙ୍ଖଳିତ ନୀତିକାନ୍ତି, ମନ୍ଦିର ଗର୍ଭଗୃହ ମରାମତି ସହ ବିଭିନ୍ନ ବିଷୟରେ ରାଜ୍ୟ ସରକାରଙ୍କୁ ପ୍ରସ୍ତାବ ସହ ରିପୋର୍ଟ ପ୍ରଦାନ କରିଛନ୍ତି। ଏଥିସହିତ ପୂର୍ବ କାଳରେ ହେଉଥିବା…

ଚାରୋଟି ପ୍ରମୁଖ ବିଷୟବସ୍ତୁକୁ ନେଇ ଶୀଘ୍ର ଅନୁଷ୍ଠିତ ହେବ ରାଜ୍ୟସ୍ତରୀୟ ସମ୍ମିଳନୀ

ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ କ୍ଷେତ୍ରରେ ରାଜ୍ୟର ଲକ୍ଷ୍ୟ ନିର୍ଦ୍ଧାରଣ ଓ ତ୍ୱରିତ କାର୍ଯ୍ୟାନ୍ୱୟନ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ ବିଭାଗୀୟ ଆକ୍ସନ୍ ପ୍ଲାନ୍ ସମ୍ପର୍କରେ ବିସ୍ତୃତ ଆଲେଚନା କରାଯାଇଛି। ଉଦ୍ଦିଷ୍ଟ ଲକ୍ଷ୍ୟଗୁଡ଼ିକର ସଫଳ ରୂପାୟନ, ଆନ୍ତଃ-ବିଭାଗୀୟ ସମନ୍ୱୟ ବୃଦ୍ଧି ଏବଂ କାର୍ଯ୍ୟକାରିତାକୁ ତ୍ୱରାନ୍ୱିତ କରିବା ପାଇଁ ଖୁବ୍‌ଶୀଘ୍ର ୪ଟି ପ୍ରମୁଖ…